ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାରିପଦା ପିଏସ୍ ଡିଭିଜନର ଯନ୍ତ୍ରୀ ବନେଶ୍ୱର ନାୟକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରିଛି । ଏକାକାଳୀନ ୫ଟି ସ୍ଥାନରେ ଚଢାଉ ଜାରିରହିଥିବା ଜଣାପଡିଛି ।ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା ପିଏଚ୍ ଡିଭିଜିନର ଯନ୍ତ୍ରୀ ବନେଶ୍ୱର ନାୟକଙ୍କ ଘରେ ଭିଜିଲାନ୍ସ ରେଡ଼ କରୁଛି। ଘର , ଅଫିସ ଓ ସଂପର୍କୀୟଙ୍କ ଘରରେ ଭିଜିଲାନ୍ସ ଚଢାଉ ଚାଲିଛି | ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସ୍ପି, ୩ ଜଣ ଡିଏସ୍ପି, ୭ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି । ତେବେ ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି ସେନେଇ କୌଣସି ସ୍ପଷ୍ଟ ହୋଇନାହିଁ|






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..