ରିପୋର୍ଟ କାର୍ଡ / ଭୁବନେଶ୍ବର
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ରାଜ୍ୟର ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ସୋନପୁର, ବୌଦ୍ଧ, ଅନୁଗୋଳ,ଢେଙ୍କାନାଳ, କଟକ, ନୟାଗଡ଼,ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଯାଜପୁର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ଘଣ୍ଟାରେ ରାଜ୍ୟର ୪ଟି ସ୍ଥାନରେ ଅତି ପ୍ରବଳ ଏବଂ ୧୭ ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି।






More Stories
ଏମିତି ବଜେଟ୍ କେବେ ଦେଖିନି……
ବିଜେଡିରୁ ନିଲମ୍ବନ ହେଲେ ଶଶୀ…..
ରାଷ୍ଟ୍ରପତିଙ୍କ ଗସ୍ତ:ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରସ୍ତୁତି ଆରମ୍ଭ…..