ରିପୋର୍ଟ କାର୍ଡ / ଭୁବନେଶ୍ୱର
ଛାତ୍ର ସଂସଦ ନିର୍ବାଚନ ନ କରାଯିବାକୁ ନେଇ ବିଭିନ୍ନ ଛାତ୍ର ସଂଗଠନର ଅସନ୍ତୋଷ ଦେଖା ଦେଇଛି । ଏହି କ୍ରମରେ ଆଜି ଛାତ୍ର କଂଗ୍ରେସ ପକ୍ଷରୁ ଉଚ୍ଚ ଶିକ୍ଷାମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନ ଘେରାଉ କରିଛି | ତା’ ସହିତ ତାଙ୍କ ଘର ଉପରକୁ ଅଣ୍ଡାମାଡ଼ କରାଯାଇଥିଲା। ଉଚ୍ଚଶିକ୍ଷା ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ଏମିତିକି ଛାତ୍ର କଂଗ୍ରେସ ନେତା ଓ ସଦସ୍ୟମାନେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଭିତରକୁ ଧସେଇ ପଶିବାକୁ ପ୍ରୟାସ କରିଥିବା ଦେଖିବାକୁ ମିଳିଥିଲା । ତେବେ ପୋଲିସ ସେମାନଙ୍କୁ ଅଟକାଇଥିଲା | ଫଳରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା । ପରେ ପୋଲିସ ଛାତ୍ର କଂଗ୍ରେସ ନେତାଙ୍କୁ ସେଠାରୁ ଉଠାଇ ନେଇଥିଲା |






More Stories
କାଲିଠାରୁ CBSE ଦଶମ-ଦ୍ବାଦଶ ପରୀକ୍ଷା…..
ମୋତେ ନିୟମକାନୁନ ଦେଖାନା…..
ଗୀତା ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ…..