ରିପୋର୍ଟ କାର୍ଡ / ଅମରାବତୀ
ଆନ୍ଧ୍ରପ୍ରଦେଶ ଚିତ୍ତୁର ଜିଲ୍ଲାରେ ତାଭନମପାଲେ ମଣ୍ଡଳରେ ଆଜି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ପୁଥଲପାଟୁ- ନାଇଡୁପେଟା ଜାତୀୟ ରାଜପଥରେ ତେଲ ଟ୍ୟାଙ୍କର ଓ ଏକ ଆମ୍ବୁଲାନ୍ସ ମଧ୍ୟରେ ଧକ୍କା ହୋଇଛି। ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକ ୪ ଜଣ ଓଡିଶାର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଘଟଣା ସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏମାନଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି। ଆମ୍ବୁଲାନ୍ସରେ ରୋଗୀ ଧରି ବେଙ୍ଗାଲୁରୁ ଭିକ୍ଟୋରିଆ ହସ୍ପିଟାଲ ଯିବା ବେଳେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।






More Stories
ରାଜପାଲ ଙ୍କୁ ମିଳିଲା ଜାମିନ…..
ଆସନ୍ତାକାଲି ସୂର୍ଯ୍ୟଗ୍ରହଣ….
ଆଜିଠୁ ଏଆଇ ଇମ୍ପାକ୍ଟ ଏକ୍ସପୋ ୨୦୨୬…..