ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଶିଷ୍ଟ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଗୀତା ମେହେଟ୍ଟାଙ୍କର ଆଜି ଅନ୍ତିମ ସଂସ୍କାର ହେବ । ଦିଲ୍ଲୀରେ ଅବଦୁଲ କଲାମ ରୋଡରେ ଥିବା ପୈତୃକ ବାସଭବନରେ ବର୍ତ୍ତମାନ ଗୀତା ମେହେଟାଙ୍କ ପାର୍ଥିବ ଶରୀର ରଖାଯାଇଛି । ବଡ ଭାଇ ପ୍ରେମ ପଟ୍ଟନାୟକ, ସାନ ଭାଇ ନବୀନ ପଟ୍ଟନାୟକଙ୍କ ସମେତ ଆତ୍ମୀୟ ସ୍ୱଜନ, ବନ୍ଧୁ ଓ ପରିଜନ ମଧ୍ୟ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଗୀତା ମେହେଟ୍ଟା ଗତ ୨ବର୍ଷ ଧରି ପାରାଲେସିସ୍ ଓ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ରାତିରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା। ଏହାପରେ ଶନିବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ୨୦୧୯ ମସିହାରେ ତାଙ୍କ ସ୍ୱାମୀ ତଥା ବିଶିଷ୍ଟ ଆମେରିକୀୟ ପ୍ରକାଶକ ସନ୍ନି ମେହେଟ୍ଟାଙ୍କ ପରଲୋକ ପରଠୁ ସେ ଭାରତରେ ରହୁଥିଲେ ।






More Stories
ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ଗାଡ଼ି !…..
ରାଜ୍ୟସଭାରେ ଶପଥ ନେଲେ ଓଡ଼ିଶାରୁ ୩ ସାଂସଦ…..
୨୩ ଜିଲ୍ଲା ପାଇଁ ସ୍ଵତନ୍ତ୍ର ଉନ୍ନୟନ ପରିଷଦ ଘୋଷଣା…..