Report Card Odisha

| Daily Odia News

ପୁଣି ଲଘୁଚାପ, ୧୦ ଜିଲ୍ଲାରେ ପ୍ରବଳ ବର୍ଷୀବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଉତ୍ତର-ପୂର୍ବ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି (ସୋମବାର) ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏଥିସହ ସମୁଦ୍ର ପତ୍ତନରେ ମୌସୁମୀ ଲଘୁଚାପ ଏବେ ଜୈସଲମେର, ଆଜମେର, ଶିବପୁରୀ, ସିଦ୍ଧି, ଡାଲଟନଗଞ୍ଜ, ଦିଘା ଦେଇ ଦକ୍ଷିଣ-ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରୁଛି। ଏସବୁର ପ୍ରଭାବରେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।

Breaking News