ରିପୋର୍ଟ କାର୍ଡ / ମାଲକାନଗିର
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡ଼ାର ନାହାଡି ଜଙ୍ଗଲରେ ପୋଲିସ ଓ ନକ୍ସଲ ମଧ୍ୟରେ ଗୁଳିବିନିମୟରେ ୨ ଜଣ ନକ୍ସଲ ନିହତ ହୋଇଛନ୍ତି। ନକ୍ସଲ କ୍ୟାମ୍ପରୁ ଦୁଇଟି ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି ପୋଲିସ । ଆଜି ସକାଳେ ନାହାଡି ଜଙ୍ଗଲରେ ନକ୍ସଲମାନେ କ୍ୟାମ୍ପ କରି ରହିଥିବା ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ସେହି ଅଞ୍ଚଳରେ କୁମ୍ବିଂ ଅପରେସନ କରିଥିଲେ। ଏହି ସମୟରେ ନକ୍ସଲ ଓ ପୋଲିସ ମୁହାଁମୁହିଁ ହୋଇଥିଲେ। ପୋଲିସ ଗୁଳିରେ ୨ ଜଣ ନକ୍ସଲ ନିହତ ହୋଇଥିଲେ। ଅନ୍ୟ ନକ୍ସଲମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଏବେ ବି ପୋଲିସ ସେହି ଅଞ୍ଚଳରେ କୁମ୍ବିଂ ଅପରେସନ ଜାରିରଖିଛି ସୂଚନା ମିଳିଛି |






More Stories
ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷା ମନ୍ତ୍ରୀ…..
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଘୋଷଣା…..
ସ୍ୱନକ୍ଷତ୍ର ଉତ୍ସବରେ ୬୬୨ବର୍ଗ କଲେଜ ସଂଘର ଶପଥ……