ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସନ୍ତା ୨୦୨୪ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ହୋଇପାରନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ। ତାଙ୍କୁ ଜାନୁଆରୀ ୨୬ କାର୍ଯ୍ୟକ୍ରମ ପାଇଁ ନିମନ୍ତ୍ରଣ କରିଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିକଟରେ ଦିଲ୍ଲୀରେ ଜି-୨୦ ଶିଖର ସମ୍ମିଳନୀ ଶେଷ ହୋଇଥିଲା। ଏହି ସମୟରେ ଦିଲ୍ଲୀ ଆସିଥିବା ରାଷ୍ଟ୍ରପତି ବାଇଡେନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଦ୍ୱିପାକ୍ଷିକ ଆଲୋଚନା କରିଥିଲେ। ଏତିକି ବେଳେ ମୋଦି ତାଙ୍କୁ ମୁଖ୍ୟ ଅତିଥି ଭାବେ ଭାରତର ସାଧାରଣତନ୍ତ୍ର ଦିବସରେ ଯୋଗ ଦେବାକୁ ନିମନ୍ତ୍ରଣ କରିଛନ୍ତି। ଆଜି ଏ ସମ୍ପର୍କରେ ଭାରତରେ ଅବସ୍ଥାପିତ ଆମେରିକା ରାଷ୍ଟ୍ରଦୂତ ଏରିକ ଗାରସେଟ୍ଟି ସୂଚନା ଦେଇଛନ୍ତି।






More Stories
ରାଜ୍ୟ ସଭାରେ ଉଠିଲା ଓଡ଼ିଶାର ଜାତିଗତ ଭେଦଭାବ କଥା……
ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ….
ସଂସଦ କାର୍ଯ୍ୟ ୯ ପର୍ଯ୍ୟନ୍ତ ମୁଲତବୀ…..