Report Card Odisha

| Daily Odia News

ତ୍ରିସ୍ତରୀୟ ସୁରକ୍ଷା ବଳୟରେ ବିଧାନସଭା ମୌସୁମୀ ଅଧିବେଶନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିଛି ବିଧାନସଭା । ପୋଲିସ ଡ଼ିଜି ସୁନୀଲ ବଂଶଲ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି । ସୁରକ୍ଷା ଲାଗି କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି । ବିଧାନସଭା ପରିସର ଓ ବାହାରେ ତ୍ରିସ୍ତରୀୟ ସୁରକ୍ଷା ବନ୍ଦୋବସ୍ତ କରାଯାଇଛି । ଭୁବନେଶ୍ୱର ଡିସିପିଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥା ରହିବ । ସୁରକ୍ଷା ଲାଗି ୩୦ ପ୍ଲାଟୁନ୍ ପୋଲସ ଫୋର୍ସ ମୁତୟନ ହୋଇଛନ୍ତି । ୬ ଜଣ ଅତିରିକ୍ତ ଡିସିପି ସୁରକ୍ଷା ବ୍ୟବସ୍ଥାକୁ ସମୀକ୍ଷା କରିବେ । ଏଥି ସହିତ ୧୯ ଜଣ ଏସିପି, ୨୦ ଜଣ ଇନ୍ସସ୍ପେକ୍ଟର, ୭୫ ଏସଆଇ ଓ ଏଏସଆଇ, ରୁଫ୍ ଟପ୍ ସୁରକ୍ଷା ସହ ସିସିଟିଭି ନଜରରେ ରହିବ ବିଧାନସଭା । ରାଲି, ଧାରଣା ଓ ସୁରକ୍ଷାକୁ ନଜରରେ ରଖି ୫ଟି କଣ୍ଟ୍ରୋଲ ରୁମ୍ କରାଯାଇଛି । ଷ୍ଟ୍ରାଇକିଙ୍ଗ ଫୋର୍ସ, କୁଇକ୍ ରେସ୍ପନ୍ସ ଟିମ୍, ସ୍ପେଶାଲ ଟାକ୍ଟିକାଲ ୟୁନିଟ୍ ମୁତୟନ ହୋଇଛନ୍ତି । ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା ବେଳେ ପୋଲିସ କମିଶନର, ଆଇନ ଶୃଙ୍ଖଳା ଏଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ଗୁଇନ୍ଦା ଡିଆଇଜି, ପୋଲିସ କମିଶନରଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ । ପ୍ରଥମ ଥର ପାଇଁ ବାହାରେ ଏସ୍‌ଟିୟୁ ଓ ଓଏସ୍‌ଏଏଫ୍ ନିୟୋଜିତ ହୋଇଛନ୍ତି ।

Breaking News