ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶାବାସୀଙ୍କ ପାଇଁ ପୁରୀ-ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିଥିଲେ | ଏହି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଧାୟକ ସୁର ରାଉତରାୟ, ସାଂସଦ ଅପରାଜିତା ଷଡ଼ଙ୍ଗୀ, ବିଧାୟକ ଜୟ ନାରାୟଣ ମିଶ୍ର, ସମ୍ବିତ ପାତ୍ର, ବିଧାୟକ ଅନନ୍ତ ଜେନା, ସୁଲତା ଦେଓ, ବିଦ୍ୟାଧର ମହାପାତ୍ର, ମୁକେଶ ମହାଲିଙ୍ଗ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଉପସ୍ଥିତ ରହିଥିଲେ। ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀର ପବିତ୍ର ସହର ପ୍ରଭୁ ଜଗନ୍ନାଥଙ୍କ ବାସସ୍ଥାନକୁ ଇସ୍ପାତ ନଗରୀ ରାଉରକେଲା (ଓଡ଼ିଶାର ଇଣ୍ଡଷ୍ଟ୍ରିଆଲ୍ ରାଜଧାନୀ) ସହିତ ସଂଯୋଗ କରିବ ଏବଂ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର, ଅନଗୁଳ ଠାରେ ଥିବା ଇଣ୍ଡଷ୍ଟ୍ରିଆଲ୍ ଏରିଆ ଏବଂ ଝାରସୁଗୁଡା ସହିତ ସଂଯୋଗ କରିବ। ଏହି ପ୍ରିମିୟମ୍ ସେବା ପୁରୀ-ରାଉରକେଲା ମଧ୍ୟରେ ଦ୍ରୁତତମ ରେଳ ସଂଯୋଗ ପ୍ରଦାନ କରିବ ଏବଂ ଶନିବାର ବ୍ୟତୀତ ସପ୍ତାହରେ ଛଅ ଦିନ ଚାଲିବ।






More Stories
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……
ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି…..