ରିପୋର୍ଟ କାର୍ଡ / ତିଗିରିଆ
ଖୁଦୁରୁକୁଣୀ ଓଷାବେଳେ ଦୁଇଗୋଷ୍ଠୀ ମୁହାଁମୁହିଁ ହେବା ଯୋଗୁ ଗାଁରେ ବୋମାମାଡ଼ ହୋଇଛି। ଏଥିରେ ୩ ଜଣ ଆହତ ହୋଇଛନ୍ତି। ଘଟଣା ଘଟିଛି କଟକ ଜିଲ୍ଲା ତିଗିରିଆ ଥାନା ଅନ୍ତର୍ଗତ ବିଷ୍ଣୁପୁର ଗାଁରେ । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁସାରେ- ଗତକାଲି ରାତିରେ ଗାଁରେ ଖୁଦୁରୁକୁଣୀ ପୂଜା ଚାଲିଥିଲା। ଏହି ସମୟରେ ଗାଁର ଦୁଇ ଯୁବକ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ପରେ ପରିସ୍ଥତି ଉଗ୍ରରୂପ ନେଇଥିଲା। ଗାଁରେ ବୋମାଡରେ ହୋଇଥିଲା। ଏଥିରେ ୩ ଜଣ ଆହତ ହୋଇଥିଲେ। ଆହତଙ୍କୁ ପ୍ରଥମେ ତିଗିରିଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଗାଁରେ ଏବେ ବି ଚାପା ଉତ୍ତେଜନା ଲାଗି ରହିଛି। କୌଣସି ଅଘଟଣ ନ ଘଟିବା ନେଇ ଗାଁରେ ପୋଲିସ ଫୋର୍ସ ମୁୟତନ କରାଯାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି। କମେଣ୍ଟମରାକୁ ନେଇ ଏପରି ଘଟିଥିବା ସନ୍ଦେହ କରାଯାଉଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..