ରିପୋର୍ଟ କାର୍ଡ / ବାଲେଶ୍ୱର
ଜଳେଶ୍ୱର-ଚନ୍ଦନେଶ୍ୱର ରାସ୍ତା ମହାଦେବ ଛକ ନିକଟରେ ଆଜି ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଓ ବସ୍ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତାହାତଙ୍କ ଘର ଭୋଗରାଇପୁର ବ୍ଲକ୍ ଅନ୍ତର୍ଗତ ଉଦୟପୁର ଅଞ୍ଚଳରେ ବୋଲି ଜଣାପଡିଛି | ଆଜି ସକାଳେ ଏକ ଯାତ୍ରୀବାହୀ ବସ୍ ବ୍ରହ୍ମପୁରରୁ ଚନ୍ଦନେଶ୍ୱର ଅଭିମୁଖେ ଯାଉଥିଲା। ଏହି ସମୟରେ ମହାଗବ ଛକ ନିକଟରେ ଉଦୟପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିବା ବାଇକ ଆରୋହୀଙ୍କ ସହିତ ବସ୍ର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜଳେଶ୍ୱର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଜଣେ ବାଇକ ଆରୋହୀଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..