ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ମୌସୁମୀ ଅଧିବେଶନର ୫ମ ଦିନରେ ବି ଠିକ ଭାବରେ ଚାଲି ପାରୁନି ଗୃହ | ଆଜି ଗୃହରେ ବିରୋଧୀ ହଟ୍ଟଗୋଳ କରିଥିଲେ । ଏହା ପରେ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ଖବର ଅନୁଯାୟୀ, ଆଜି ଗୃହ ଆରମ୍ଭ ହେବା ମାତ୍ରେ ବିରୋଧୀ କରିଥିଲେ ହଙ୍ଗାମା । ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ନେଇ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଥିଲେ । ଏପିରିକି ଗୃହର ମଧ୍ୟଭାଗକୁ ଆସି ବିଜେପି ବିଧାୟକମାନେ ହଟ୍ଟଗୋଳ କରିଥିଲେ । ଶେଷରେ ବାଚସ୍ପତି ବାଧ୍ୟ ହୋଇ ବିଧାନସଭାକୁ ମୁଲତବୀ ଘୋଷଣା କରିଥିଲେ ।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..