ରିପୋର୍ଟ କାର୍ଡ / କଟକ
କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଦୋକାନରେ ଥିବା ଲୁଗାପଟା ସବୁ ଜଳିଯାଇଛି। ହେଲେ କାହାର କିଛି କ୍ଷତି ହୋଇ ନାହିଁ। ୩ଟି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଆଜି ସକାଳେ ଗ୍ରାଉଣ୍ଡ ଫ୍ଲୋରରେ ଥିବା ଲୁଗା ଦୋକାନରେ ନିଆଁ ଲାଗିଯାଇଥିଲା। ପରେ ନିଆଁଟି ପ୍ରଥମ, ଦ୍ୱିତୀୟ ଓ ତୃତୀୟ ମହଲାକୁ ବ୍ୟାପି ଯାଇଥିଲା। ନିଆଁ ବ୍ୟାପିବା ପୂର୍ବରୁ ଉପରେ ରହୁଥିବା ଲୋକଙ୍କୁ ଉଦ୍ଧାର କରାଯାଇଥିଲା। ଅନ୍ୟ ବିଲ୍ଡିକୁ ଯେପରି ନିଆଁ ନ ବ୍ୟାପିବ ସେନେଇ ଅଗ୍ନିଶମ ବାହିନୀ ଉଦ୍ୟମ ଚଳାଇଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..