ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରୁ ଅକ୍ଟୋବର ୩ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମ୍ଭାବ୍ୟ ବର୍ଷା ସ୍ଥିତିକୁ ଦେଖି ଅକ୍ଟୋବର ୧ରୁ ୨ ତାରିଖ ସକାଳ ଯାଏଁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡ଼ିକ ହେଉଛି, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, କେଉଁଝର ଏବଂ ମୟୂରଭଞ୍ଜ।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..