ରିପୋର୍ଟ କାର୍ଡ / ବରଗଡ଼
ସ୍କ୍ରବ୍ ଟାଇଫସରେ ପୁଣି ଜଣଙ୍କର ମୃତ୍ୟୁ ହୋଇଛି । ବରଗଡ଼ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ମୃତ ବ୍ୟକ୍ତି ଜଣକ ସୋହେଲା ଅଞ୍ଚଳର ଜଣେ ୪୮ ବର୍ଷୀୟ ବ୍ୟକ୍ତି। ବେସରକାରୀ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିବା ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ବରଗଡ଼ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ସାଧୁ ଚରଣ ଦାଶ ସୂଚନା ଦେଇଛନ୍ତି । ଏପଟେ ବରଗଡ଼ରେ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ବିଭାଗର ୬ ଜଣିଆ ଟିମ୍ ସ୍ଥିତି ନେଇ ପ୍ରଥମେ ବୁର୍ଲା ଭିମସାରର ଏକ ଟିମ୍ ଆସି ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ପରେ ଓଡ଼ିଶା ଜନସ୍ବାସ୍ଥ୍ୟ ବିଭାଗର ଟିମ୍ ଆସି ଏହାର କାରଣ ଓ ନିରାକରଣ ବିଷୟରେ ପଚାରି ବୁଝିଥିଲେ। ଏବେ କେନ୍ଦ୍ରୀୟ ଟିମ୍ ପ୍ରଥମେ ସୁନ୍ଦରଗଡ଼ ଓ ଏବେ ବରଗଡ଼ ପହଞ୍ଚି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା କରୁଛନ୍ତି। ସ୍କ୍ରବ୍ ଟାଇଫସ ପଶ୍ଚିମ ଓଡ଼ିଶାରେ କାୟା ବିସ୍ତାର କରୁଥିବାରୁ ଏହାର ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏହି ଟିମ୍ ପଶ୍ଚିମ ଓଡ଼ିଶାର ସୁନ୍ଦରଗଡ଼, ବରଗଡ଼ ଓ ବଲାଙ୍ଗୀର ଜିଲ୍ଲା ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିବାର କାର୍ଯ୍ୟକ୍ରମ ରହିଛି। ତେବେ ବର୍ତ୍ତମାନ ବରଗଡ଼ ଜିଲ୍ଲାରେ ଏହାର ସମୀକ୍ଷା କରିବା ପାଇଁ ଟିମ୍ ପହଞ୍ଚି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ସହ ଆଲୋଚନା କରିଛନ୍ତି।






More Stories
ରତ୍ନଭଣ୍ଡାର ଗଣତି ବୈଠକ…..
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ……
୧୭ରୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ…..