ରିପୋର୍ଟ କାର୍ଡ / ଭୁବନେଶ୍ୱର
ମହାତ୍ମା ଗାନ୍ଧୀ ଆମ ପାଇଁ ପ୍ରେରଣାର ଉତ୍ସ। ଗାନ୍ଧିଜୀଙ୍କ ଆଦର୍ଶ ଆମକୁ ବାଟ ଦେଖାଇ ଚାଲିଛିା ବିଜେଡି ଜନସମ୍ପର୍କ ପଦଯାତ୍ରା ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଗରିବ ମା’,ଏସସିଏସଟଙ୍କ ପାଇଁ କାମ କରୁଛି ବିଜେଡିା ମାଆ ମାନଙ୍କ ପାଇଁ ମହିଳା ସଂରକ୍ଷଣ ବିଲ୍ ଆଇନ ଲାଗୁ ହୋଇଛି। ଓଡିଶା ରୂପାନ୍ତର କ୍ଷେତ୍ରରେ ଆଗେଇ ଚାଲିଛି। ବିଏସକେୱାଇ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବିରାଟ ପରିବର୍ତ୍ତନ ଆଣିଛି। ବ୍ୟବସ୍ଥା ଉପରେ ଲୋକଙ୍କ ଆସ୍ଥା ବଢିଛି। ପ୍ରାକୃତିକ ଦୁର୍ବିପାକ ମୁକାବିଲା,ଆଇଟି କ୍ଷେତ୍ରରେ ମାଇଲଖୁଣ୍ଟ ସ୍ଥାପନ କରିଛି ଓଡିଶା। ପୁଞ୍ଜି ନିବେଶରେ ଓଡିଶା ସାରା ଦେଶରେ ଦ୍ୱିତୀୟ ସ୍ଥାନରେ ରହିଛି। ସମସ୍ତେ ମିଳିମିଶି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି। ବିରୋଧୀ ଦଳମାନଙ୍କୁ ଟାର୍ଗେଟ୍ କରି ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର ବିକାଶରେ ବିରୋଧୀ ଦଳ ବାଧକ ସାଜିଛନ୍ତି। ସେମାନେ ଖୁସି ନାହାନ୍ତି। ଲୋକଙ୍କୁ ଭୁଲ ଖବର ଦେଇ ଭ୍ରମିତ କରିବା ଏବେ ସେମାନଙ୍କ କାମ ହୋଇଛି। ନିର୍ବାଚନ ଆସିଲେ ସେମାନେ ଏମିତି କରନ୍ତି। ସେଥିପାଇଁ ସେମାନଙ୍କୁ ଜନତା ସବୁବେଳେ ରିଜେକ୍ଟ କରି ଆସିଛନ୍ତି। ବିରୋଧୀ ହେଉଛନ୍ତି ବିକାଶ ବିରୋଧୀ ଓ ଜନ ବିରୋଧୀ । ଶ୍ରୀ ଲିଙ୍ଗରାଜ ଓ ଶ୍ରୀ ଜଗନ୍ନାଥ ମନ୍ଦିର କାର୍ଯ୍ୟରେ ବାଧା ଦେବାକୁ ବି ଚେଷ୍ଟା କରିଥିଲେ। ଲୋକେ ତାଙ୍କୁ କ୍ଷମତା ଦେବେନି। ମୁଁ କର୍ମୀମାନଙ୍କୁ ଅନୁରୋଧ କରୁଛି ବିକାଶର ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବେ।ଅକ୍ଟୋବର ୨ ପବିତ୍ର ଗାନ୍ଧୀ ଜୟନ୍ତୀ ଠାରୁ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ପର୍ଯ୍ୟନ୍ତ ବିଜୁଜନତା ଦଳ ର ଜନ ସମ୍ପର୍କ ଅଭିଯାନପଦଯାତ୍ରା ବଡଗଡ କଳିଙ୍ଗ ବିଜୁ ଆଦର୍ଶ କଲୋନୀ ଠାରେ ଓଡ଼ିଶାର ବରେଣ୍ୟ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପଦଯାତ୍ରା ର ଶୁଭାରମ୍ଭ କରିଛନ୍ତି ।
More Stories
କେନିଆରେ ରଦ୍ଦ ହେଲା ଆଦାନୀ ପ୍ରକଳ୍ପ…..
ଯୁକ୍ତ ୨ ରେ ୧୦୦ ରୁ ୨୪ ରଖିଲେ ପାସ୍….
ବବି ଦାସ ଭାଇଙ୍କ ନାଁରେ ଏତଲା….