ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏବେ ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଓ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ରହିଛି। ତେବେ, ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼, ରାୟଗଡ଼ା, ଢେଙ୍କାନାଳ, ସୋନପୁର, ବୌଦ୍ଧ, ସମ୍ବଲପୁର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ କମଳା ଚେତାବନୀ/ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପକ୍ଷରେ ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳୁ ଆକାଶ ଆଂଶିକ ମେଘୁଆ ରହିଛି। ତେବେ, ଟୁଇନ୍ ସିଟି କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ବଜ୍ରପାତ ସହ ଅସରାଏ, ଦୁଇଅସରା ମଧ୍ୟମରୁ ପ୍ରବଳ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।






More Stories
ମା’କୁ ଜାଳିଦେଲେ ପୁଅ…..
ମୁଖ୍ୟମନ୍ତ୍ରୀଙ୍କୁ ସୁଆଦ ବିଞ୍ଝାରପୁର ଦେଶୀଗାଈ କ୍ଷୀର…..
ସାଢ଼େ ୬ ଘଣ୍ଟା ପରେ ନଦୀରୁ ବାହାରିଲା କାର……