ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱର ହଷ୍ଟେଲରୁ ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଛାତ୍ରୀ ଜଣଙ୍କ ଏକ ଘରୋଇ ମେଡିକାଲ କଲେଜରେ ପଢ଼ୁଥିଲେ। ସେ ଡେଣ୍ଟାଲ ବିଭାଗର ଦ୍ୱିତୀୟ ବର୍ଷ ଛାତ୍ରୀ ଥିଲେ। ମୃତ ଛାତ୍ରୀଙ୍କ ଘର ପଶ୍ଚିମବଙ୍ଗ ହୁଗୁଳିରେ ବୋଲି ଜଣାପଡ଼ିଛି। ଛାତ୍ରୀ ଜଣଙ୍କ କେଉଁ କାରଣ ପାଇଁ ଆତ୍ମହତ୍ୟା କଲେ ତା’ର କାରଣ ଜଣାପଡ଼ି ନାହିଁ। ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। କେଉଁ କାରଣ ପାଇଁ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କଲେ ସେନେଇ ହଷ୍ଟେଲରେ ରହୁଥିବା ଅନ୍ୟ ଛାତ୍ରଛାତ୍ରୀ଼ଙ୍କୁ ପଚରାଉଚରା କରୁଛି ପୋଲିସ |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..