ରିପୋର୍ଟ କାର୍ଡ / ଭୁବନେଶ୍ବର
ସିକ୍କିମ ବନ୍ୟାରେ ସହିଦ ହୋଇଥିବା ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱରରେ ପହଞ୍ଚିଛି। ଭୁବନେଶ୍ୱର ବିମାନ ବନ୍ଦର ପରିସରରେ ସରୋଜଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ସେଠାରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହାପରେ ମରଶରୀର ସହିଦ ସରୋଜ କୁମାର ଦାସଙ୍କ ଜନ୍ମମାଟିକୁ ଯିବା ପରେ ସେଠାରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ଶେଷକୃତ୍ୟ ସମ୍ପନ୍ନ କରାଯିବ । ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ସହିଦ ସରୋଜ କୁମାର ଦାସଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଢେଙ୍କାନାଳ ସାଂସଦ ମହେଶ ସାହୁ, ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ପୋଲିସ ଆଇଜି, ବିଏସଫ ଆଇଜି ପ୍ରମୁଖ ତାଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ଶେଷ ସମ୍ମାନ ଜଣାଇଛନ୍ତି ।






More Stories
ରତ୍ନଭଣ୍ଡାର ଗଣତି ବୈଠକ…..
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ……
୧୭ରୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ…..