ରିପୋର୍ଟ କାର୍ଡ / ଭୁବନେଶ୍ବର
ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାରେ ବସ୍ ଚଳାଚଳ ଆରମ୍ଭ କରିବ। ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳ। ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ. ପାଣ୍ଡିଆନ୍ ‘ଲକ୍ଷ୍ମୀ’ ଯୋଜନାର ବସ୍ କର୍ମଚାରୀଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି। ଏହି ଆଲୋଚନାରେ ବସ୍ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜରଙ୍କ ସମେତ ମିଶାଇ ୬୫୦ କର୍ମଚାରୀ ଯୋଗ ଦେଇଥିଲେ। ଆସନ୍ତା ୧୨ ତାରିଖ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ। ଲକ୍ଷ୍ମୀ ଯୋଜନାରେ ବସ୍ଗୁଡ଼ିକ ପଞ୍ଚାୟତରୁ ବ୍ଲକ୍ ଓ ବ୍ଲକ୍ରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚାଲିବା ପାଇଁ ଯୋଜନା ରହିଛି। କର୍ମଚାରୀମାନଙ୍କୁ ସମ୍ବୋଧନ କରି ୫-ଟି ସଚିବ ଶ୍ରୀ ପାଣ୍ଡିଆନ୍ କହିଲେ ଯେ, ଯୋଗାଯୋଗ ହେଉଛି ଅର୍ଥନୈତିକ ଓ ସାମାଜିକ ଉନ୍ନତିର ମୌଳିକ ଆଧାର। ତେଣୁ ଲୋକଙ୍କୁ ଉଚ୍ଚମାନର ସେବା ଯୋଗାଇ ଦେବା ଆମର ପ୍ରଥମ ଦାୟିତ୍ବ ହେବା ଉଚିତ୍।ଏହି ବସ୍ ଯୋଜନାରେ ଛୋଟ ପିଲାଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ୍ ଶକ୍ତି ମା’ମାନେ ଉପକୃତ ହେବେ। ସ୍କୁଲ କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ। ଚାଷୀ ତାର ଉତ୍ପାଦିତ ଦ୍ରଦ୍ୟକୁ ନେଇ ବଜାରରେ ବିକ୍ରିବଟା କରିପାରିବ।






More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି……
ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ…..
ମହିଳାଙ୍କୁ ଟାଣିନେଲା କୁମ୍ଭୀର…..