ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପାନ୍ତ ଓ ଆଦିବାସୀ ଅଧ୍ୟୁଷିତ ବଣ୍ଡାଘାଟିରୁ ‘ଲକ୍ଷ୍ମୀ’ ଯୋଜନାରେ ବସ୍ ଚଳାଚଳ ସେବାର ଶୁଭାରମ୍ଭ କରିବେ। ଏହି ବସ୍ଗୁଡ଼ିକ ପଞ୍ଚାୟତରୁ ବ୍ଲକ ଓ ବ୍ଲକରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଗମନାଗମନ କରିବାର ନିଷ୍ପତ୍ତି ନିଆଯାଇଛି। ଏହି ଯୋଜନା ପାଇଁ ବଜେଟ୍ରେ ସରକାର ୩ ହଜାର ୧୭୮ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ସେହିଭଳି ଗତ ମାସ ୧୫ ତାରିଖରେ ରାଜ୍ୟ କ୍ୟାବିନେଟ୍ ବୈଠକରେ ଲକ୍ଷ୍ମୀ ଯୋଜନା ପାଇଁ ୩ ହଜାର ୧୭୮ କୋଟି ଟଙ୍କା ମଞ୍ଜୁର କରାଯାଇଛି। ସୂଚନା ଅନୁସାରେ, ଏଥିପାଇଁ ସରକାର ନୂଆ ବସ୍ କ୍ରୟ କରିଥିବାବେଳେ ୩୬ଟି ବସ୍ ମାଲକାନଗିରିରେ ପହଞ୍ଚିସାରିଛି। ଏହି ଯୋଜନା ଅଧୀନରେ ହଜାରେରୁ ଅଧିକ ବସ୍ ନିୟୋଜିତ କରାଯିବ ବୋଲି ଜଣାପଡ଼ିଛି।ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର,କୋରାପୁଟ, ରାୟଗଡ଼ା, ଗଜପତି ଓ କନ୍ଧମାଳରେ ବସ୍ ଚଳାଚଳ କରିବ। ଏହି ବସ୍ ଯୋଜନାରେ ଛୋଟ ପିଲାଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ୍ ଶକ୍ତି ମା’ମାନେ ଉପକୃତ ହେବେ।






More Stories
ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ……
୧୭ରୁ ବଜେଟ ଅଧିବେଶନ: ଆଜି ସର୍ବଦଳୀୟ ବୈଠକ…..
ଦାୟିତ୍ୱ ବାଣ୍ଟିଲେ ନବୀନ…..