Report Card Odisha

| Daily Odia News

ଆଜି ପବିତ୍ର ମହାଳୟା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ହେଉଛି ପବିତ୍ର ମହାଳୟା। ଧାରା ପୃଷ୍ଠାରେ ଅବତରଣ କରିବେ ମା ଦୁର୍ଗା | ଆଜିଠାରୁ ମା ଦୁର୍ଗାଙ୍କର ଦଶଦିନାତ୍ମକ ପୂଜା ଆରମ୍ଭ ହୋଇଯାଏ | ଆଶ୍ୱିନ ମାସର ଅମାବାସ୍ୟା ତଥା ପିତୃପକ୍ଷର ଶେଷ ଦିନ। ଆଶ୍ୱିନ ମାସର ଅନ୍ଧାର ପକ୍ଷରେ ପିତୃ ପୁରୁଷଙ୍କୁ ଶ୍ରାଦ୍ଧ ଦେବାର ପରମ୍ପରା ଅଛି। ମହାଳୟାରେ ପିତୃ ପୁରୁଷ ଓ ମାମୁ ଘର ତିନି ପୁରୁଷଙ୍କୁ ପିଣ୍ଡଦାନ କରିବାର ପରମ୍ପରା ରହିଛି। ପିଣ୍ଡଦାନ କଲେ ପରଲୋକଗତ ଆତ୍ମାର ସଦଗତି ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏହି ପରିପ୍ରେକ୍ଷୀରେ ପବିତ୍ର ସ୍ଥାନଗୁଡ଼ିକରେ ଶ୍ରଦ୍ଧାଳୁମାନେ ପିଣ୍ଡଦାନ କରୁଛନ୍ତି। ପବିତ୍ର ଜଳାଶୟରେ ବୁଡ଼ ପକାଇବାର ପରମ୍ପର ମଧ୍ୟ ରହିଛି | ଆଜି ଶ୍ରୀମନ୍ଦିର ଉତ୍ତରଦ୍ୱାର ନିକଟ ଓ ମହୋଦଧି, ନରେନ୍ଦ୍ର, ଶ୍ୱେତଗଙ୍ଗା, ଇନ୍ଦ୍ରଦ୍ୟୁମ୍ନ, ମାର୍କଣ୍ଡେୟ ଆଦି ତୀର୍ଥ ପୁଷ୍କରିଣୀ ମାନଙ୍କରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ଶ୍ରାଦ୍ଧ ପ୍ରଦାନ କରାଯାଉଛି।

Breaking News