ରିପୋର୍ଟ କାର୍ଡ / ପିପିଲି
ପିପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠୀର ସାମନ୍ତରାୟଙ୍କର ପରଲୋକ ଘଟିଛି। ସେ କିଛିଦିନ ଧରି ଅସୁସ୍ଥ ଥିଲେ। ଆଜି ସକାଳେ ସ୍ୱାସ୍ଥ୍ୟ ବିଗିଡି ଯିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ କଂଗ୍ରେସ ଦଳରୁ ପିପିଲିର ବିଧାୟକ ଥିଲେ। କଂଗ୍ରେସ ଦଳର ଜଣେ ଟାଣୁଆ ନେତା ଭାବେ ସେ ସମଗ୍ର ରାଜ୍ୟରେ ପରିଚିତ ଥିଲେ। ତାଙ୍କ ପୁତ୍ର ପ୍ରୀୟବ୍ରତ ସାମନ୍ତରାୟ ଏବେ ଓଡିଶା ରାଜ୍ୟ ଖାଦ୍ୟ ଆୟୋଗର ସଦସ୍ୟ ଅଛନ୍ତି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..