ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦେବଗଡ ଜିଲ୍ଲା ବାରକୋଟ ଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠା ହେବ | ସୋମବାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ଏହି ନୂତନ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି। ବିଭିନ୍ନ କାରଣରୁ ପଡିରହିଥିବା ମାମଲାଗୁଡିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂତନ କୋର୍ଟ ସହାୟକ ହେବ।






More Stories
ସ୍ବର୍ଣ୍ଣ ଜିତିଲେ ମୀରାବାଈ ଚାନୁ…..
ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି……
ସୁଶାନ୍ତଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ,ନବୀନ…..