Report Card Odisha

| Daily Odia News

ଡାକ୍ତରଖାନରେ ବିଧାୟକ କଲେ ରୋଗୀ ଚିକିତ୍ସା…..

ରିପୋର୍ଟ କାର୍ଡ / ସୁନ୍ଦରଗଡ଼

ରାଜଗାଙ୍ଗପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ବିଧାୟକ ଡକ୍ଟର ସିଏସ ରାଜେନ ଏକ୍କା ରୋଗୀଙ୍କ ଚିକିତ୍ସା କରୁଥିବାର ଦେଖିବାକୁ ମିଳିଛି। ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତର ନଥିବା କାରଣରୁ ରୋଗୀ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗତକାଲି ସ୍ୱାସ୍ଥ୍ୟ କେନ୍ଦ୍ରରେ ଓପିଡି ସମ୍ପୂର୍ଣ୍ଣ ରୂପେ ବନ୍ଦ ରହିଥିଲା। ରୋଗୀମାନେ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆସି ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହା ଜାଣିବା ପରେ ଆଜି ରାଜଗାଙ୍ଗପୁର ବିଧାୟକ ଡକ୍ଟର ସିଏସ ରାଜେନ ଏକ୍କା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଓପିଡିରେ ବସି ରୋଗୀ ଚିକିତ୍ସା କରିଥିଲେ।

Breaking News