ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ୩୧ ତାରିଖରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ । ୨୯ ତାରିଖରେ ରାଜଭବନରେ ପହଂଚିବେ । ଓଡିଶାର ରାଜ୍ୟପାଳ ଦାୟିତ୍ୱ ଗ୍ରହଣ ପୂର୍ବରୁ ପ୍ରତିକ୍ରିୟା ରଖିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । କହିଛନ୍ତି କୌଣସି ଦାୟିତ୍ୱ କଠିନ ନୁହେଁ । ନିଷ୍ଠାର ସହ ଦାୟିତ୍ୱ ତୁଳାଇଲେ ଯେତେ ବଡ କାମ ବି ସହଜରେ କରି ହୋଇଥାଏ । ୧୯୮୦ ମସିହାରୁ ଜନତାଙ୍କ ସେବା କରି ଆସୁଥିବା କହିଛନ୍ତି ରଘୁବର ଦାସ । ଏହାସହ ସେ କହିଛନ୍ତି, ବିଜେପି ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ଜନତା ପ୍ରେମର ସହ ଯାହା ଦାୟିତ୍ୱ କାନ୍ଧରେ ଦେଇଛନ୍ତି । ତାକୁ ନିଷ୍ଠାର ସହ ସେ ନିର୍ବାହ କରିଛନ୍ତି । ଆଗକୁ ଓଡିଶା ସରକାରଙ୍କ ସହ ମିଶି ରାଜ୍ୟର ବିକାଶ ପାଇଁ କାମ କରିବେ ବୋଲି ରଘୁବର ଦାସ କହିଛନ୍ତି । ତେବେ ଆଜି ବର୍ତମାନର ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ରାଜଭବନରେ ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବ । ଅପରାହ୍ନରେ ହେବାକୁ ଥିବା ଏହି ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବରେ ରାଜଭବନ ଅଧିକାରୀ ମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..