Report Card Odisha

| Daily Odia News

ବଦଳିଲେ କଟକ ଜିଲ୍ଲାପାଳ…..

ରିପୋର୍ଟ କାର୍ଡ / କଟକ

କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କର ବଦଳି ହୋଇଛି। ତାଙ୍କୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ନୂଆ ଦାୟିତ୍ୱ ଦିଆଯାଇଛି। ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ଅନ୍ୟପକ୍ଷରେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଥିବା ନରହରି ସେଠୀଙ୍କୁ କଟକ ଜିଲ୍ଲାପାଳ ଭାବେ ବଦଳି ହୋଇଛନ୍ତି। ୨୦୧୨ ବ୍ୟାଚ୍ ଆଇଏଏସ୍ ସରୋଜ କୁମାର ସେଠୀଙ୍କୁ ଗତକାଲି ଢେଙ୍କାନାଳ ଜିଲ୍ଲାପାଳ ପଦରୁ ହଟାଇ ଦିଆଯାଇଛି । ତାଙ୍କ ସ୍ଥାନରେ ବରିଷ୍ଠ ଓଏଏସ୍ ଅଫିସର ମନୋରଞ୍ଜନ ମଲ୍ଲିକଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି ।

Breaking News