ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ହୋଇଛି | ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ସେ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ।୭୦ରୁ ଅଧିକ ଓଡ଼ିଆ ଫିଲ୍ମରେ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିବା ବେଳେ ୮୦ରୁ ଅଧିକ ଓଡ଼ିଆ ଚଳଚିତ୍ରରେ ଗୀତ ରଚନା କରିଥିଲେ | ଦୀର୍ଘଦିନ ଧରି ସେ କ୍ୟାନ୍ସରରେ ପୀଡିତ ଥିଲେ | ଆଜି ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଯାଇଛି |






More Stories
ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସର କିରାଣୀ…..
୨ ପର୍ଯ୍ୟଟକ ମୃତ…..
ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ…..