Report Card Odisha

| Daily Odia News

୫୧ହଜାର ନିଯୁକ୍ତିପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୫୧ହଜାରରୁ ଅଧିକ ନବନିଯୁକ୍ତମାନଙ୍କୁ ଆଭାସୀ ମାଧ୍ୟମରେ ନିଯୁକ୍ତିପତ୍ର ବଣ୍ଟନ କରିବେ । ଦେଶରେ ୩୭ଟି ସ୍ଥାନରେ ରୋଜଗାର ମେଳା ଅନୁଷ୍ଠିତ ହେଉଛି। ଏହି ନିଯୁକ୍ତି ସରକାରଙ୍କ ବିଭିନ୍ନ ବିଭାଗରେ ହେଉଥିବାବେଳେ, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସରକାରମାନେ ମଧ୍ୟ ଏହି ପଦକ୍ଷେପରେ ସହାୟତା କରୁଛନ୍ତି। ଏହି ନବନିଯୁକ୍ତ ଗଣ ଦେଶବ୍ୟାପୀ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଓ ବିଭାଗରେ ଯୋଗଦେବେ। ସେଗୁଡିକ ମଧ୍ୟରେ ରେଳ ମନ୍ତ୍ରଣାଳୟ, ଡାକବିଭାଗ, ଗୃହ ମନ୍ତ୍ରଣାଳୟ, ରାଜସ୍ୱ ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗଣଶିକ୍ଷା ବିଭାଗ ଓ ସାକ୍ଷରତା, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଇତ୍ୟାଦି ଅନ୍ତର୍ଭୁକ୍ତ।

Breaking News