ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ପୁରୀରେ ପହଞ୍ଚିଛନ୍ତି। ପୁରୁଷୋତ୍ତମ ଏକ୍ସପ୍ରେସରେ ଆସି ଭୋରରେ ପୁରୀରେ ପହଞ୍ଚିଛନ୍ତି। ଆସନ୍ତା ୩୧ ତାରିଖ ମଙ୍ଗଳବାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ। ଏଥିପାଇଁ ଓଡ଼ିଶା ରାଜଭବନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରଘୁବର ଦାସ ପୁରୀ ରାଜଭବନକୁ ଯାଇଛନ୍ତି। ସେଠାରୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ଶ୍ରୀ ମନ୍ଦିର ଯିବାର କାର୍ଯ୍ୟକ୍ରମ ରହିଛି। ପୂଜାର୍ଚ୍ଚନା କରି ପୁଣି ପୁରୀ ରାଜଭବନ ଅଭିମୁଖେ ଯିବେ। ସେଠାରୁ ୧୨ଟା ୧୫ରେ ଭୁବନେଶ୍ବରସ୍ଥିତ ରାଜଭବନ ଅଭିମୁଖେ ଆସିବେ। ଏଠାରେ ସୋମବାର ରାତ୍ରିଯାପନ କରିବେ। ମଙ୍ଗଳବାର ସକାଳ ୮ଟା ୪୫ରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯିବେ। ସେଠାରେ ବି ପ୍ରାୟ ୧ଘଣ୍ଟା କାଳ ପୂଜାର୍ଚ୍ଚନା କରିବା ପରେ ରାଜଭବନ ଅଭିମୁଖେ ଫେରିବେ। ଏହାପରେ ପୂର୍ବାହ୍ନ ୧୧ଟା ୪୫ରେ ରାଜଭବନର ନୂଆ ହଲ୍ରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ନୂଆ ରାଜ୍ୟପାଳ ତାଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ସାଙ୍ଗରେ ପ୍ରାୟ ୮୦ଜଣ ବନ୍ଧୁ ଓ ପରିବାରବର୍ଗ ଆସୁଛନ୍ତି। ସମସ୍ତେ ଟ୍ରେନ୍ରେ ଏକସଙ୍ଗେ ଝାଡ଼ଖଣ୍ଡରୁ ପୁରୀ ଆସିବେ। ରାଜ୍ୟପାଳଙ୍କୁ ଜେଡ୍+ ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଇଛି।






More Stories
ଗଡ଼ିବ ୨୫୦ ନୂଆ ୧୦୮ ଆମ୍ବୁଲାନ୍ସ…..
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..