ରିପୋର୍ଟ କାର୍ଡ / ସୁବର୍ଣ୍ଣପୁର
ବିଲ ଭିତରକୁ ସରକାରୀ ବସ ପଶି ଦୁର୍ଘଟଣା ଘଟିଛି | ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଏଭଳି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ କୁଶାମାଲ ଗାଁ ନିକଟରେ । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି।ସୂଚନା ଅନୁସାରେ- ଆଜି ସକାଳେ ବସ୍ଟି ଯାତ୍ରୀମାନଙ୍କୁ ନେଇ ବରଗଡ଼ରୁ ନବରଙ୍ଗପୁର ଅଭିମୁଖେ ଯାଉଥିଲା। କୁଶାମାଲ ଗାଁ ନିକଟରେ ବସ୍ର ଚକାଟି ଫାଟିଯାଇଥିଲା। ବସ୍ଟି ଭାରସାମ୍ୟ ହରାଇ ବିଲ ଭିତରକୁ ପଶି ଯାଇଥିଲା। ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପୋଲିସ ବସ୍କୁ ଜବତ କରି ଘଟଣାର ତଦନ୍ତ କରୁଛି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..