Report Card Odisha

| Daily Odia News

ଶପଥ ନେଲେ ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ରଘୁବର ଦାସ ଶପଥ ଗ୍ରହଣ କରିଛନ୍ତି। ଆଜି ରାଜଭବନର ଅଭିଷେକ ହଲ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ରଘୁବର ଦାସଙ୍କୁ ଶପଥ କରାଇଛନ୍ତି । ଶପଥ ଗ୍ରହଣ ପରେ ନୂଆ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର୍‌ ପ୍ରଦାନ କରାଯାଇଛି । ସେ ହୋଇଛନ୍ତି ଓଡ଼ିଶାର ୨୬ ନମ୍ବର ରାଜ୍ୟପାଳ | ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଉପସ୍ଥିତି ରହିଥିଲେ | ଶପଥ ପୂର୍ବରୁ ସକାଳେ ରାଜ୍ୟପାଳ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଥିଲେ |

Breaking News