ରିପୋର୍ଟ କାର୍ଡ / ଭୁବନେଶ୍ବର
ଆଜି କଳାହାଣ୍ଡି ଜିଲ୍ଲାରେ ‘ଘରେ ଘରେ ଲକ୍ଷ୍ମୀ’ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୁଭାରମ୍ଭ କରିବେ। ନଭେମ୍ବର ପହିଲା କଳାହାଣ୍ଡି ପ୍ରତିଷ୍ଠା ଦିବସ ହୋଇଥିବା ବେଳେ ଜିଲ୍ଲାବାସୀଙ୍କ ପାଇଁ ଲକ୍ଷ୍ମୀ ଯୋଜନା ସହିତ ପ୍ରାୟ ୧୦୦୦ରୁ ଊର୍ଦ୍ଧ୍ବ କୋଟି ଟଙ୍କାର କାର୍ଯ୍ୟକ୍ରମ ଘୋଷଣା ହେବାକୁ ରହିଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି। ଏହାସହ ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀ ଦେଖିଥିବା ବହୁ ପ୍ରତୀକ୍ଷିତ ସ୍ବପ୍ନ ପୂରଣ ହେବ। ଭଙ୍ଗାବାରି ଠାରେ ନିର୍ମାଣ ହୋଇଥିବା ମେଡିକାଲ କଲେଜକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟବାସୀଙ୍କ ଉନ୍ନତ ପରିବହନ ସେବା ସହ ସେମାନଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଓ ସୁରକ୍ଷାକୁ ସୁନିଶ୍ଚିତ କରୁଛି ଲକ୍ଷ୍ମୀ ଯୋଜନା। ଏହା ନିର୍ଭରଯୋଗ୍ୟ ଏବଂ ସୁଲଭ ସେବା ପ୍ରଦାନ କରି ଗ୍ରାମପଞ୍ଚାୟତସ୍ତରରୁ ରାଜ୍ୟ ରାଜଧାନୀ ପର୍ଯ୍ୟନ୍ତ ଏକ ନିରବଚ୍ଛିନ୍ନ ସାର୍ବଜନୀନ ପରିବହନ ସେବା ପ୍ରଦାନ କରୁଛି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..