ରିପୋର୍ଟ କାର୍ଡ / ମାଲକାନଗିରି
ରାଜ୍ୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଛି । ବିଭିନ୍ନ ସ୍ଥାନରେ ସଚେତନତା ରାଲି କରାଯାଉଛି। ଏହା ଭିତରେ ମାଲକାନଗିରି ଜିଲ୍ଲା ମୋଟୁ ତହସିଲର ମୋଟୁ ସର୍କଲର ରାଜସ୍ୱ ନିରୀକ୍ଷକ ସୂରଜଚନ୍ଦ୍ର ବଳ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି | ଏକ ଜବରଦଖଲ ମାମଲାରେ ନୋଟିସ୍ ଜାରି କରିବା ପାଇଁ ଜଣେ ଅଭିଯୋଗକାରୀଙ୍କ ଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ | ଏହି ସମୟରେ ଭିଜିଲାନ୍ସ ଟିମ ପହଂଚି ଶ୍ରୀ ବଳଙ୍କ ଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରିଛି । ଭିଜିଲାନ୍ସ ପକ୍ଷରୁ ଆରଆଇ ସୂରଜଚନ୍ଦ୍ର ବଳଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ ଜାରିରହିଛି |






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..