ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ପ୍ରଗତି ମଇଦାନରେ ‘ୱାର୍ଲଡ ଫୁଡ ଇଣ୍ଡିଆ ୨୦୨୩’ ପ୍ରଦର୍ଶନୀକୁ ଉଦଘାଟନ କରିବେ। ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟ ଦ୍ୱାରା ଏହି ତିନି ଦିନିଆ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏହାର ଉଦ୍ଦେଶ୍ୟ ହେଉଛି ଭାରତର ସମୃଦ୍ଧ ଖାଦ୍ୟ ସଂସ୍କୃତି ସହିତ ବିଶ୍ୱକୁ ପରିଚିତ କରାଇବା। ଏ ନେଇ ମନ୍ତ୍ରଣାଳୟର ସଚିବ ଅନୀତା ପ୍ରବୀଣ କହିଛନ୍ତି ଯେ ଏହି ପ୍ରଦର୍ଶନୀରେ ୨୩ଟି ରାଜ୍ୟ ତଥା ଅନେକ ଦେଶର ପ୍ରାୟ ୧୨୦୦ ହିତାଧିକାରୀ ସେମାନଙ୍କ ପ୍ରସ୍ତୁତ ଦ୍ରବ୍ୟ ପ୍ରଦର୍ଶନ କରିବେ।






More Stories
ନଦୀରେ ଓଲଟିଲା ଡଙ୍ଗା…..
୧୫ ନବଜାତ ଜୀବନ୍ତ ଦଗ୍ଧ……
ସ୍ବାଇନ ଫ୍ଲୁ ସଂକ୍ରମଣ ; ସବୁ ସ୍କୁଲକୁ ସତର୍କତା ଜାରି…..