ରିପୋର୍ଟ କାର୍ଡ / ପୁରୀ
ଜାନୁଆରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରତିଷ୍ଠା କରାଯିବ। ଏନେଇ ଆଜି ଗଜପତି ମହାରାଜ ଦିବ୍ୟ ସିଂହ ଦେବଙ୍କ ପକ୍ଷରୁ ସୂଚନା ମିଳିଛି। ଆଜି ସକାଳେ ପ୍ରକଳ୍ପ କାର୍ଯ୍ୟ ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି। ଶ୍ରୀ ସେତୁ, ଜଗନ୍ନାଥ ବଲ୍ଲଭ ପାର୍କିଂ କାର୍ଯ୍ୟ ମଧ୍ୟ ଅନୁଧ୍ୟାନ କରିଛନ୍ତି। ଜାନୁଆରୀ ୧୭ ରୁ ୫ ଦିନ ପୂଜାର୍ଚ୍ଚନା ମଧ୍ୟ କରାଯିବ। ସୂଚନା ଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଗତ ଶନିବାର ବଡିଭୋରରୁ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ଭୋର୍ ୪ ରୁ ୬ପର୍ଯ୍ୟନ୍ତ ଏହି ସମୀକ୍ଷା ଚାଲିଥିଲା। ନୂଆ ଦାୟିତ୍ଵ ଗ୍ରହଣ ପରେ ଶ୍ରୀ ପାଣ୍ଡିଆନ୍ ପ୍ରଥମଥର ପାଇଁ ଏହି ସମୀକ୍ଷା କରିଥିଲେ।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..