ରିପୋର୍ଟ କାର୍ଡ / ନୂଆପଡ଼ା
ଜଣେ ନାବାଳକଙ୍କୁ ଝାମ୍ପି ଖାଇବା ପରେ ଆଜି ଜଣେ ମହିଳାଙ୍କୁ ମାରି ଖାଇଛି କଲରାପତରିଆ ବାଘ। ନୂଆପଡ଼ା ସଦର ରେଞ୍ଜ ଧରମବନ୍ଧା ସେକ୍ସନରେ ଏକ କଲରାପତରିଆ ବାଘ ଏପରି ଆତଙ୍କ ଖେଳାଇଛି | ଗତକାଲି ମହିଳାଜଣଙ୍କ ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ । ଆଜି ମହିଳାଙ୍କୁ ବାଘ ମାରି ଖାଉଥିବା ଲୋକେ ଦେଖିଥିଲେ । ଗତ ୩୦ ତାରିଖରେ ବାଘଟି ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ କଟିଙ୍ଗପାଣି ଗାଁ ଗୋଧସପଡ଼ାରେ ଏକ ୮ ବର୍ଷର ନାବାଳକକୁ ମାରି ଦେଇଥିଲା। ମୃତ ବାଳକର ନାଁ ଡମ୍ବରୁଧର ଧରୁଆ। ସନ୍ଧ୍ୟାରେ ନାବାଳକଟି ଘର ପାଖରେ ଖେଳୁଥିବା ବେଳେ ତାକୁ ବାଘ ଝାମ୍ପି ନେଇଥିଲା।






More Stories
ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ…..
ରାଷ୍ଟ୍ରପତିଙ୍କ ଗସ୍ତ:୩୦ ପ୍ଲାଟୁନ ଫୋର୍ସ ମୁତୟନ…..
କ୍ୟାବିନେଟ ବୈଠକରେ ୧୨ ପ୍ରସ୍ତାବକୁ ମଞ୍ଜୁରୀ…..