ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ମିଜୋରାମ ବିଧାନସଭାର ସମସ୍ତ ୪୦ଟି ଆସନ ଓ ଛତିଶଗଡର ୨୦ଟି ବିଧାନସଭା ଆସନ ନିମନ୍ତେ ଆଜି ଭୋଟ ଗ୍ରହଣ ହେଉଛି । ମିଜୋରାମର ୮,୫୧,୮୯୫ଜଣ ଭୋଟରଙ୍କ ମତଦାନ ନିମନ୍ତେ ୧୨୭୬ଟି ମତଦାନ କେନ୍ଦ୍ର ଖୋଲାଯାଇଛି। ବିଧାନସଭା ନିର୍ବାଚନ ନିମନ୍ତେ ୧୭୪ଜଣ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି। ଏମାନଙ୍କ ମଧ୍ୟରେ ୧୬ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ସେହିପରି ପ୍ରଥମ ପର୍ଯ୍ୟାୟରେ ଛତିଶଗଡର ୨୦ଟି ଆସନ ପାଇଁ ଭୋଟ ଗ୍ରହଣ ହେଉଛି । ମୋହଲା-ମାନପୁର, ଅନ୍ତଗଡ଼, ଭାନୁପ୍ରତାପପୁର, କାଙ୍କେର, କେଶକାଲ, କୋଣ୍ଡାଗାଓଁ, ନାରାୟଣପୁର, ଦାନ୍ତେୱାଡ଼ା, ବିଜାପୁର ଏବଂ କୋଣ୍ଟାରେ ମତଦାନ ଆଜି ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଚାଲିବ। ଅବଶିଷ୍ଟ ୧୦ଟି ଆସନରେ ମତଦାନ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ। ଛତିଶଗଡର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ନକ୍ସଲମାନେ ହିଂସାକାଣ୍ଡ ଘଟାଇଛନ୍ତି। ସୂଚନାଯୋଗ୍ୟ ଛତିଶଗଡର ଅବଶିଷ୍ଟ ୭୦ଟି ଆସନ ପାଇଁ ନଭେମ୍ବର ୧୭ରେ ଭୋଟ ଗ୍ରହଣ ହେବ। ଏହି ଦୁଇ ରାଜ୍ୟ ସହିତ ରାଜସ୍ଥାନ, ମଧ୍ୟପ୍ରଦେଶ ଓ ତେଲଙ୍ଗାନା ବିଧାନସଭା ନିର୍ବାଚନର ଭୋଟ ଗ୍ରହଣ ପରେ ଡିସେମ୍ବର ୩ରେ ଭୋଟ ଗଣତି ହେବ।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ……