ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ସ୍ୱତନ୍ତ୍ର ନୀତି ପାଇଁ ଭକ୍ତମାନେ ଅପରାହ୍ଣରେ ପ୍ରାୟ ୪ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ମିଳିଥିବା ସୂଚନା ଅନୁସାରେ- ବୁଧବାର ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଅପରାହ୍ନ ଘ.୫.୦୦ ଟିକାରୁ ରାତ୍ର ଘ.୯.୦୦ ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ବୋଲି ସୂଚନା ରହିଛି।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..