ରିପୋର୍ଟ କାର୍ଡ / ଭୁବନେଶ୍ୱର
୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଘୋଷଣା କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ତାଲିକାରେ ୩୦ଟି ସରକାରୀ ଛୁଟି ଦିବସ ଓ ୬ଟି ଇଚ୍ଛାଧୀନ ଛୁଟି ଦିବସ ରହିଛି । କର୍ମଚାରୀମାନେ ଏହି ୬ଟି ଇଚ୍ଛାଧୀନ ଛୁଟି ମଧ୍ୟରୁ ଗୋଟିଏ ଦିନ ନିଜ ସୁବିଧା ଅନୁସାରେ ଛୁଟି ନେଇପାରିବେ । ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ବର୍ଷରେ ୩୦ଟି ସରକାରୀ ଛୁଟି ଦିବସ ରହିଛି । ଚଳିତ ୨୦୨୩ କ୍ୟାଲେଣ୍ଡର ବର୍ଷରେ ୨୭ଟି ସରକାରୀ ଛୁଟିଦିବସ ରହିଚି । ଦ୍ୱିତୀୟ ଶନିବାର ଓ ରବିବାରରେ ୫ଟି ଛୁଟିଦିନ ପଡ଼ିଥିବା ବେଳେ ରବିବାର ଓ ଶନିବାରରେ ୩ଟି ଇଚ୍ଛାଧୀନ ଛୁଟିଦିନ ପଡ଼ିଛି । ସରକାରୀ କର୍ମଚାରୀଙ୍କୁ ମୋଟ ଉପରେ ୩୦ଟି ସରକାରୀ ଛୁଟିଦିନ, ଗୋଟିଏ ଇଚ୍ଛାଧୀନ ଛୁଟି ସମେତ ରବିବାର ଓ ଶନିବାର(ଦ୍ୱିତୀୟ ଓ ଚତୁର୍ଥ)ରେ ୬୮ଟି ଛୁଟିଦିନ ମିଶାଇ ମୋଟ ୯୯ଟି ଛୁଟିଦିନ ମିଳିବ । ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ଅନ୍ୟ ଏକ ବିଜ୍ଞପ୍ତିରେ ରାଜ୍ୟରେ ଥିବା ବ୍ୟାଙ୍କ ଓ ବ୍ୟାଙ୍କିଙ୍ଗ୍ ସଂସ୍ଥାଗୁଡ଼ିକ ନିମନ୍ତେ ୨୦ଟି ସରକାରୀ ଛୁଟି ଦିବସ ଘୋଷଣା କରାଯାଇଛି।






More Stories
୨୦୧ କନ୍ୟାଦାନକଲେ ମୁଖ୍ୟମନ୍ତ୍ରୀ, ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇ କହିଲେ…..
ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି…..
ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା…..