ରିପୋର୍ଟ କାର୍ଡ / ଭୁବନେଶ୍ୱର
ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ | ମହିଳା ସାମ୍ବାଦିକ ଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଥିଲେ | ଗତ ଶନିବାର ଜାମିନ ଆବେଦନ ଶୁଣାଣିକୁ କୋର୍ଟ ସଂରକ୍ଷିତ ରଖିଥିଲେ | ଆଜି ଏସଡିଜେଏମ କୋର୍ଟ ଟୁଟୁଙ୍କୁ ଜାମିନ ଦେଇଛନ୍ତି | ୫୦ ହଜାର ଟଙ୍କା ଓ ଜଣେ ଜାମିନଦାରଙ୍କ ବଦଳରେ ଜାମିନ ଦିଆଯାଇଛି | ଉଲ୍ଲେଖ ଥାଉ କି ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କୁ ଖାରବେଳନଗର ଥାନା ପୁଲିସ ଗିରଫ କରି ଗତ ଶନିବାର କୋର୍ଟ ଚାଲାଣ କରିଥିଲା। ଏହାପରେ କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ |






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……