ରିପୋର୍ଟ କାର୍ଡ / ସୋନପୁର
ଗଭୀର ବୋରୱେଲରେ ଖସି ପଡ଼ିଥିବା ୮୦ ବର୍ଷୀୟ ବୃଦ୍ଧାଙ୍କୁ ଉଦ୍ଧାର କରାଯାଇଛି। ତାଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରିବା ପରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ଲାଗି ନିଆଯଇଛି।ସଦର ବ୍ଲକ କଇଁଫୁଲ ଗାଁ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗତକାଲି ରାତିରୁ ବୃଦ୍ଧ ମହିଳା ୨୦ ଫୁଟ ତଳେ ଥିବା ସୂଚନା ମିଳିଥିଲା। ବୋରୱେଲରେ ଖସିପଡିଥିବା ବୃଦ୍ଧା ଜଣକ ହେଲେ ଦୁଖୀ ନେଗୀ । ସୋନପୁର ଓ ତରଭା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ବୃଦ୍ଧାଙ୍କ ପାଖରେ ଅକ୍ସଜେନ୍ ପଠାଯାଇଥିଲା | ଶେଷରେ ବୃଦ୍ଧାଙ୍କୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି |






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..