ରିପୋର୍ଟ କାର୍ଡ / ଭୁବନେଶ୍ୱର
ସରକାରଙ୍କ ୫ଟି ପରେ ଏବେ ୫ସି ଯୋଜନା। ମୋ ସ୍କୁଲ ଅଭିଯାନର ୫ସି ହେଉଛି ଏକ ଅଂଶବିଶେଷ ହୋଇଥିବା ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ସଚିବ ଅଶ୍ବଥୀ. ଏସ। ଏହା କୌଣସି ନୂଆ ସ୍କିମ୍ ହୋଇନଥିବା ବେଳେ ଏହା ଏକ ନୂତନ ଚିନ୍ତାଧାରା, ଯାହା ମାଧ୍ୟମରେ ବିଦ୍ୟାଳୟ, ଶିକ୍ଷକ, ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କ ସମେତ ବିଭିନ୍ନ ଆଲୁମିନି ମଧ୍ୟରେ ସୁସମ୍ପର୍କ ସ୍ଥାପନ କରିବା। ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ମୋଟିଭେଟ୍ କରାଯିବ। ୫ସି ହେଲା-କମ୍ୟୁନିଟି, କନେକ୍ଟ, କୋଲାବରେସନ, କ୍ରିଏଟ ଓ କୋପରେସନ। ମୋ ସ୍କୁଲ କାର୍ଯ୍ୟକ୍ରମର ଏହା ଅନ୍ତର୍ନିହିତ ଅଂଶ। ବର୍ତ୍ତମାନ ମଧ୍ୟ ରାଜ୍ୟର ସମସ୍ତ ବିଦ୍ୟାଳୟରେ ୫ସି ଅଧୀନରେ କାମ ଚାଲୁଛି। ଆସନ୍ତା ବର୍ଷ ଏହାକୁ ଅଧିକ ବ୍ୟାପକ କରାଯିବା ସହ ଏନେଇ ସମସ୍ତଙ୍କୁ ଜଣାଇ ଦିଆଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ସୂଚନା ଦେଇଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..