ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଜମ୍ମୁ- କଶ୍ମୀରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପ୍ରାୟ ୨୫୦ ମିଟର ତଳକୁ ଏକ ଯାତ୍ରୀବାହୀ ବସ୍ ଖସିଯିବାରୁ ପ୍ରାୟ ୩୦ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଆହତ ହୋଇଥିବା ବେଳେ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଜମ୍ମୁ- କଶ୍ମୀରର କିଶତୱାଡରୁ ଜମ୍ମୁ ଅଭିମୁଖେ ଯାଉଥିବା ବସ୍ ଆଜି ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ବସ୍ଟି ଡୋଡା ଜିଲ୍ଲାର ଡୁଙ୍ଗଲ ଅଞ୍ଚଳ ଅତିକ୍ରମ କରୁଥିବା ବେଳେ ଭାରସାମ୍ୟ ହରାଇ ପ୍ରାୟ ୨୫୦ ମିଟର ଖାଇକୁ ଖସି ପଡ଼ିଥିଲା। ଖବର ପାଇ ତୁରନ୍ତ ପୋଲିସ ଓ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଦୁର୍ଘଟଣାସ୍ଥଳରୁ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଆହତଙ୍କୁ ବାହାର କରି ବିଭିନ୍ନ ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି। ଏଥିସହ ପ୍ରାୟ ୩୦ରୁ ଅଧିକ ଯାତ୍ରୀଙ୍କର ଏହି ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ମୃତଦେହଗୁଡ଼ିକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ……