ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତରେ ପରିଣତ ହୋଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହି ଗଭୀର ଅବପାତଟି ୬ ଘଣ୍ଟାରେ ୧୮କିମି ବେଗରେ ଉତ୍ତର- ଉତ୍ତରପୂର୍ବ ଦିଗକୁ ଗତି କରୁଛି। ଏହା ବିଶାଖାପାଟଣାରୁ ୩୮୦, ପାରାଦୀପ ଠାରୁ ୩୮୦ କିମି ଦୂରରେ ଅବସ୍ଥିତ ଅଛି। ଏହା ଉତ୍ତର- ଉତ୍ତରପୂର୍ବ ଦିଗକୁ ଗତିକରି ଅଧିକ ଘନୀଭୂତ ହେବ। ୧୮ ତାରିଖ ସକାଳେ ବାଂଲାଦେଶ ଉପକୂଳ ମୋଙ୍ଗଲା ଓ ଖେପୁପରା ମଝିରେ ଅତିକ୍ରମ କରିବ। ରାଜ୍ୟରେ ଶନିବାର ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଏବଂ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଇଛି । ସେଥିପାଇଁ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ବିଶେଷକରି ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, କଟକ, ଖୋର୍ଦ୍ଧା ଜିଲ୍ଲାର ଅନେକ ସ୍ଥାନରେ ବର୍ଷାର ସମ୍ମାବନା ରହିଛି। ସେହିପରି ବାଲେଶ୍ବର, ଯାଜପୁର, ଗଜପତି, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ରାୟଗଡା ଜିଲ୍ଲାର କିଛି ସ୍ଥାନରେ ବର୍ଷାର ସମ୍ମାବନା ରହିଛି। ମାଲକାନଗିରିଳ, କୋରାପୁଟ, ବୌଦ୍ଧ, ଅନୁଗୁଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ମାବନା ରହିଛି। ଅନ୍ୟପକ୍ଷରେ ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଭାରି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
ଦାୟିତ୍ୱ ବାଣ୍ଟିଲେ ନବୀନ…..
ହେରିଟେଜ୍ ହ୍ରଦ ବିନ୍ଦୁ ସାଗର…..
୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..