ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ମୁଖ୍ୟ ଶାସନ ସଚିବ ଅଧ୍ୟକ୍ଷ ସୁରେଶ ମହାପାତ୍ରଙ୍କୁ ନୂଆ ଦାୟିତ୍ବ ପ୍ରଦାନ କରାଯାଇଛି। ବିଦ୍ୟୁତ୍ ନିୟାମକ ଆୟୋଗ(ଓଇ୍ଆରସି) ଅଧ୍ୟକ୍ଷ ପଦବିରୁ ଅବ୍ୟାହତି ଦେବା ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଭାବେ ତାଙ୍କୁ ଅବସ୍ଥାପିତ କରାଯାଇଛି। ସୁରେଶ ଚନ୍ଦ୍ର ମହାପାତ୍ର ଗତ ଫେବ୍ରୁଆରି ୨୮ ତାରିଖରେ ମୁଖ୍ୟ ଶାସନ ସଚିବ ପଦବିରୁ ଅବସର ନେଲା ପରେ ମାର୍ଚ୍ଚ ୧ ତାରିଖରେ ଓଇଆରସିର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଥିଲେ। ନୂଆଦାୟିତ୍ବ ମିଳିବା ପରେ ଶୁକ୍ରବାର ଶ୍ରୀ ମହାପାତ୍ର ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆରସି) ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆର୍.ବାଲକ୍ରିଷ୍ଣନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଅତିରିକ୍ତ ଦାୟିତ୍ବରୁ ଅତିରିକ୍ତ ଦାୟିତ୍ୱରୁ ଅବ୍ୟାହତି ମିଳିଛି। ତେବେ ଆର୍. ବାଲକ୍ରୀଷ୍ଣନ ପୂର୍ବ ଭଳି ସ୍ପେଶାଲ ଇନିସିଏଟିଭ୍ ମୁଖ୍ୟ ପରାମର୍ଶଦାତା ପଦବିରେ ରହି କାର୍ଯ୍ୟ କରିବେ। ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଅସିତ ତ୍ରିପାଠୀଙ୍କ ଅନୁରୋଧ କ୍ରମେ ସମସ୍ତ ପ୍ରମୁଖ ପରାମର୍ଶଦାତା ପଦବିରୁ ରାଜ୍ୟ ସରକାର ଅବ୍ୟାହତି ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ପ୍ରେସ ରିଲିଜରେ ସୂଚନା ଦିଆଯାଇଛି।






More Stories
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……