ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
୨୦୨୩ ଆଇସିସି ବିଶ୍ୱକପ ଫାଇନାଲ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଆସନ୍ତାକାଲି ରବିବାର ଖେଳାଯିବ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ବଢିଯାଇଛି । ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ହେବାକୁ ଥିବା ଏହି ମ୍ୟାଚ ଦେଖିବାକୁ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ମୋଦୀଙ୍କ ସହ ଅଷ୍ଟ୍ରେଲିଆର ଉପପ୍ରଧାନମନ୍ତ୍ରୀ ରିଚାର୍ଡ ମାର୍ଲ୍ସ ମଧ୍ୟ ଉପସ୍ଥିତ ରହିବେ। ଏହି ମ୍ୟାଚ୍ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ) ଗ୍ରହଣ କରିଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ ବ୍ୟବସାୟୀ ମୁକେଶ ଅମ୍ବାନୀ ଏବଂ ଗୌତମ ଆଦାନୀ ମଧ୍ୟ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଉପସ୍ଥିତ ରହିବେ। ସେହିପରି ବଲିଉଡ ଅଭିନେତା ଅକ୍ଷୟ କୁମାର ଓ ଅଜୟ ଦେବଗନ ମଧ୍ୟ ଫାଇନାଲ ମ୍ୟାଚ୍ ଦେଖିବାକୁ ଆସିବାର ସମ୍ଭାବନା ରହିଛି। ଫାଇନାଲ ଉପଲକ୍ଷେ ଭାରତୀୟ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାରଶୋ ପ୍ରଦର୍ଶନ କରାଯିବ । ଗତ ୧୫ ତାରିଖରେ ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଭାରତ ନ୍ୟୁଜିଲାଣ୍ଡକୁ ୭୦ ରନରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଥିଲା। ସେହିପରି ୧୬ ତାରିଖରେ ଅନୁଷ୍ଠିତ ୨ୟ ସେମିଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୩ ଓ୍ବିକେଟରେ ପରାସ୍ତ କରି ଅଷ୍ଟ୍ରେଲିଆ ଫାଇନାଲରେ ପ୍ରବେଶ କରିଥିଲା ।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ……