ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ହୋଇ ୫ ଜଣ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରେ| ଆଜି ସକାଳେ ଏହି ଅଘଟଣ ଘଟିଥିବା ବେଳେ ଦମକଳ ବାହିନୀ ପ୍ରାୟ ଘଣ୍ଟେରୁ ଊର୍ଦ୍ଧ୍ୱ ସମୟ ପରେ ନିଆଁକୁ କାବୁ କରିଛି । ବାନ୍ଦ୍ରା ଅଞ୍ଚଳରେ ଥିବା ଏକ ଘରେ ଆଜି ସକାଳୁ ହଠାତ୍ ଗ୍ୟାସ୍ ବ୍ଲାଷ୍ଟ ହୋଇଥିଲା। ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀ ପହଞ୍ଚି ତୁରନ୍ତ ନିଆଁ ଲିଭା କାର୍ଯ୍ୟ ଆରମ୍ଭ କରିଥିଲେ। ପ୍ରାୟ ଘଣ୍ଟାଏ ପରେ ନିଆଁକୁ ଆୟତ୍ତ କରାଯାଇଥିବା ବେଳେ ୫ ଗୁରୁତରଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଗୁରୁତରଙ୍କ ମଧ୍ୟରେ କିଛି ବୟସ୍କ ଥିବାରୁ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।






More Stories
ତାରିକ ରହମାନଙ୍କ ଶପଥ ଗ୍ରହଣରେ ଯୋଗଦେବେ ଓମ୍ ବିର୍ଲା…..
ଗର୍ଲଫ୍ରେଣ୍ଡକୁ ସୁଟକେଶରେ ପୁରାଇ ଦେଲେ…..
ଆରାବଳୀକୁ କାହାକୁ ଛୁଇଁବାକୁ ଦେବୁ ନାହିଁ……