ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୨ ତାରିଖ ଦିନ ବିଧାନସଭା ଆଗରେ ପ୍ରତିବାଦ କରିବାକୁ ନିଷ୍ପତ୍ତି ନେଇଛି ଘରୋଇ ବସ୍ ମାଲିକ ସଂଘ | ୧୦୦ ଜଣ ବସ୍ ମାଲିକ ଏହି ପ୍ରତିବାଦରେ ସାମିଲ୍ ହେବେ ବୋଲି ଆଜି ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ, କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ବୁଧବାର ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସାଧାରଣ ପରିଷଦ ବୈଠକରେ ଲକ୍ଷ୍ମୀ ବସ୍ ଚଳାଚଳ କ୍ଷେତ୍ରରେ ଘରୋଇ ପରିବହନ ପ୍ରତି ବୈମାତୃକଭାବ ପୋଷଣ କରାଯାଇଥିବା ଦର୍ଶାଇ ଅସନ୍ତୋଷ ପ୍ରକାଶ କରାଯାଇଥିଲା। ଅଭିଯୋଗ କରାଯାଇଛି ଯେ ମୋ ବସ ଚଳାଚଳ କ୍ଷେତ୍ରରେ କୌଣସି ନୀତି ନିୟମ କାର୍ଯ୍ୟକାରୀ ହେଉନାହିଁ। କେବଳ ସହରାଞ୍ଚଳରେ ଚାଲିବାକୁ ଥିବାରୁ ତାହା ଅନ୍ୟାନ୍ୟ ରୁଟ୍ରେ ଚଳାଚଳ କରିବାରୁ ଘରୋଇ ସଂସ୍ଥା ଗୁଡିକ ଅନେକ କ୍ଷତି ସହୁଥିବା ଅଭିଯୋଗ କରିଛନ୍ତି।






More Stories
ଶ୍ରୀମନ୍ଦିର ପରିସରରେ ହାତାହାତି…..
ଓଏଏସ୍ ସ୍ତରରେ ଅଦଳବଦଳ……
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..